ଭୁବନେଶ୍ୱର : ରାଜ୍ୟ ସରକାର ଆଜି ବରିଷ୍ଠ ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି । ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ବରିଷ୍ଠ ଆଇଏଏସ୍ ଅଧିକାରୀ ଅରବିନ୍ଦ ପାଢ଼ୀଙ୍କୁ କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ମିଳିଛି । ଏଥିସହ ତାଙ୍କୁ ମତ୍ସ୍ୟ ଓ ପଶୁ ସମ୍ପଦ ବିଭାଗରେ ଅତିରିକ୍ତ ଦାୟିତ୍ୱ ମିଳିଛି । ତାଙ୍କ ପୂର୍ବରୁ ସଂଜୀବ ଚୋପ୍ରା ଏହି ଦାୟିତ୍ୱରେ ଥିଲେ ।
ସେହିପରି କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ଅଶ୍ୱଥୀ ଏସ୍ ଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ସଚିବ ଭାବେ ନିଯୁକ୍ତି ଦିଆଯାଇଛି । ପୂର୍ବରୁ ବିଷ୍ଣୁପଦ ସେଠୀ ଏହି ଦାୟିତ୍ୱରେ ଥିଲେ । ବିଷ୍ଣୁପଦ ସେଠୀଙ୍କୁ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ମିଳିଛି । ଏଥିସହ ସେ ପୂର୍ବଭଳି ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱରେ ରହିବେ । ପୂର୍ବରୁ ଶାଶ୍ୱତ ମିଶ୍ର ଉଚ୍ଚଶିକ୍ଷା ବିଭାଗ ଦାୟିତ୍ୱରେ ଥିଲେ ।
ସେହିପରି ସଂଜୟ କୁମାର ସିଂହଙ୍କୁ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଭାବେ ଅବସ୍ଥାପିତ କରାଯାଇଛି । ଏଥି ସହିତ ପୂର୍ବଭଳି ସୂଚନା ଓ ଲୋକସଂପର୍କ ବିଭାଗ ସଚିବ ଓ ବିଡିଏ ଉପାଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି । ପୂର୍ବରୁ ପ୍ରଦୀପ ଜେନା ଏହି ବିଭାଗର ଅତିରିକ୍ତ ଦାୟିତ୍ୱରେ ଥିଲେ ।